ଆସନ୍ତା ୪୮ ଘଣ୍ଚାରେ ଲଘୁଚାପ : ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ

ସକ୍ରିୟ ହୋଇଛି ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି ।

ଆଗାମୀ ଦୁଇଦିନ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଜୁଳି ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି । ୭୦ରୁ ୨୦୦ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ
ବୋଲି ସୂଚନା ଦିଆଯାଇଛି ।

RAIN

ଆସନ୍ତାକାଲି ୧୧ ଜିଲ୍ଲା, ୬ରେ ୧୩ଜିଲ୍ଲା ଏବଂ ୭ରେ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ।ବର୍ଷା ସମୟରେ ବଜ୍ରପାତ ବେଶୀ ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର ।

୫ ତାରିଖରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି ।

୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି ।

ମୌସୁମୀ ସିଜିନ୍ ଜୁନ ୧ ତାରିଖରୁ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୧୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ତେବେ ଲଘୁଚାପ ବର୍ଷା ଦ୍ବାରା ନିଅଣ୍ଟିଆ ଭରଣା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+