Odisha Weather Update: ବଙ୍ଗୋପସାଗରରେ ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ତଳର ୭.୬ କିମି ଯାଏଁ ବ୍ୟାପିଛି ।

ଗତ ୧୨ଘଣ୍ଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ତି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ କୋରାପୁଟ୍, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ରହିଛି । ଏହା କ୍ରମଶଃ ଦକ୍ଷିଣ ପଶ୍ଚିମ ଦିଗକୁ ଗତି କରିବା ପ୍ରଭାବରେ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି ।

Odisha Weather news

ସେହିପରି ସୁନ୍ଦରଗଡ, କେନ୍ଦୁଝର , ଝାରସୁଗୁଡା, ଢେଙ୍କାନାଳ, ଅନୁଗୁଳ , ବରଗଡ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା , ଗଜପତି ଓ କଳାହାଣ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାଛଡା, ଝାରସୁଗୁଡା, ସମ୍ବଲପୁର, ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,ଜଗତସିଂହପୁର, କେନ୍ଦ୍ରାପଡା,ପୁରୀ ଓ କଟକ ଜିଲ୍ଲାରେ ବର୍ଷା ,ବିଜୁଳି ଘଡଘଡି ସହ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଗତକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୂଆପଡା, ବଲାଙ୍ଗୀର, କଳାହାଣ୍ତି, ରାୟଗଡା, କଳାହାଣ୍ତି, କୋରାପୁଟ ଜିଲ୍ଲାର ଗୋଟିଏ ରୁ ୨ ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ରେ ପୁଣି ଏକ ଲଘୁଚାପ ହେବ । ଏହି ଦୁଇ ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆଗକୁ ଆହୁରି ଦୁଇଟି ଲଘୁଚାପ ଥିବାରୁ ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଭରଣା ହେବ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+