ପାଣିପାଗ ଖବର' ଆଜି ଲଘୁଚାପ, ୨୪ରେ ଅବପାତ; ୨୫ରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ଲଘୁଚାପ, ୨୪ରେ ହେବ ଅବପାତ । ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର ।

ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ସହ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ ବର୍ତ୍ତମାନ ଯାଏ ଆଇଏମଡି ପକ୍ଷରୁ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ବେଳେ କିଛି ଅନ୍ତର୍ଜାତୀୟ ମଡେଲ ବାତ୍ୟା ଆଶଙ୍କା ଥିବା କହିଛନ୍ତି ।

୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୪ ଓ ୨୫ରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଓ ଅବପାତ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ଓ ବଢ଼ି ୫୫ କିଲୋମିଟର ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି ।

odisha Weather

କାଲିଠୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ପ୍ରବେଶ ବାରଣ କରାଯାଇଛି । ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି ।
୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+