ପାଣିପାଗ ଖବର: ଲଘୁଚାପ ଆଣିବ ବଡ଼ ବର୍ଷା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଲଘୁଚାପ ଆଣୁଛି ବଡ଼ ବର୍ଷା । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଦକ୍ଷିଣରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା ୮ ଓ ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ । ଏହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।

୫ ତାରିଖରେ ବିଜୁଳି ଘଡ଼ଘ଼଼ଡି ସହ ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କୋରାପୁଟ୍, ରାୟଗଡା, ଗଜପତି ଓ ମାଲକାନଗିରି ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହିପରି, ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡି ନେଇ ମାଲକାନଗିରି, କୋରାପୁଟ୍, ରାୟଗଡା , ନବରଙ୍ଗପୁର, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଜନିତ ବର୍ଷାର ପ୍ରଭାବ ୮ ତାରିଖ ଯାଏଁ ରହିବ। ମୁଖ୍ୟତ ୫ ଓ ୬ ତାରିଖରେ ଅଧିକରୁ ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।
ଆସନ୍ତାକାଲି ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ସମେତ ବୁଧବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।
ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଶନିବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications