ପାଣିପାଗ ଖବର:ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ।
ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାକୁ ନେଇ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ଯୋଗୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଦକ୍ଷିଣ ଓଡିଶାରେ ଭାରି ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡି଼ଶାର ୫ ଜିଲ୍ଲାରେ ୯ରୁ ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗର ଆକଳନ କହୁଛି, ଆଜି ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି, ବଲାଙ୍ଗୀର, ରାୟଗଡା, ଗଂଜାମ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ସେହିଭଳି ୭ ତାରିଖ ଶନିବାର ଗଣେଶ ପୂଜାରେ ମଧ୍ୟ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା ଜାରି କରାଯାଇଛି। ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷା ହେଲେ ମଧ୍ୟ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।
୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।
ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ପଶୁପାଳକଙ୍କ ପୂର୍ବାନୁମାନ ଅନୁସାରେ, ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର ଦିଗରେ ଗତି କରିବ। କ୍ରମଶଃ ଏହା ଓଡ଼ିଶା ଉପରେ ପ୍ରଭାବ ପକାଇବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ପହଞ୍ଚିବ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହେବ ।












Click it and Unblock the Notifications