ପାଣିପାଗ ଖବର: ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର; ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତି ପ୍ରବଳ ବର୍ଷା ସତର୍କତା ବା ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତା ୩୦ ଓ ୩୧ ତାରିଖରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହି ସବୁ ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେପ୍ଟେମ୍ବର ପହିଲାରୁ ବର୍ଷା ପ୍ରଭାବ ରାଜ୍ୟରେ କମିବ। ଏହି ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ପ୍ରବଳ ବର୍ଷା ଯୋଗୁଁ ଆଗକୁ ଦୃଶ୍ୟମାନ କମ ରହିବ। ସହରାଞ୍ଚଳଗୁଡିକରେ ନାଳରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ। ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ପୃକ୍ତ ଜିଲ୍ଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି












Click it and Unblock the Notifications