ପାଣିପାଗ ଖବର: ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା, ଦୁର୍ଗାପୂଜାରେ ଭିଜିବ ଓଡ଼ିଶା
ପାର୍ବଣରେ ବର୍ଷା ଭୟ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।
୨୧ରେ ଲଘୁଚାପ ସମ୍ଭାବନା ଥିବା ବେଳେ ୨୩ରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନ ଥିବାବେଳେ ୨୦ ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି । ୨୪ ରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ଏବଂ ୨୫ ରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ।
ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଆଜି ସାରା ଦେଶରୁ ଅପସାରଣ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

ରାଜ୍ୟରେ ଗତକିଛି ଦିନ ଧରି ଜାରି ରହିଛି ଭୀଷଣ ଗୁଳିଗୁଳି ସହ ଗରମ । ଫଳରେ ଅସ୍ତବ୍ୟକ୍ତ ହୋଇପଡୁଛି ଜନଜୀବନ। ଦିନ ୧୦ଟା ପରେ ମୁଣ୍ତଫଟା ଖରା ଯୋଗୁଁ ବାହାରକୁ ଯିବା ମୁସ୍କିଲ୍ ହୋଇ ପଡୁଛି। ତେବେ,ଏହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ ଏକ ଆଶ୍ବସ୍ତି କଲା ପରି ଖବର ଦେଇଛି ।
ତେବେ ଆଗାମୀ ୪ ଦିନ ଯାଏଁ ରାଜ୍ୟର ଉଭୟ ଦିନ ଏବଂ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଚଳିତ ମୌସୁମୀରେ ରଜ୍ୟରେ ସ୍ୱାଭାବିକ ବର୍ଷା ଅନୁଭୂତ ହୋଇଛି । ୧୦ ଦିନ ବିଳମ୍ବରେ ୨୨ଜୁନ ରେ ମୌସୁମୀ ରାଜ୍ୟକୁ ଅଗ୍ରସର ହୋଇଥିବା ବେଳେ ୧୩ ଅକ୍ଟୋବର ରେ ପ୍ରତ୍ୟାବର୍ତନ କରିଛି । ୨୨ ଜୁନ ରୁ ୩୦ ସେପ୍ଟେମ୍ବର , ୧୦୧ ଦିନରୁ ୩୩ଦିନ ରାଜ୍ୟରେ ସ୍ୱାଭାବିକ ତୁଳନାରେ ଅଧିକ ବର୍ଷା ରେକର୍ଡ ଅର୍ଥାତ ୨୦% ଦିନ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି ।
କୃଷି ପାଣିପାଗ ବିଶାରଦ ଡକ୍ଟର ପଶୁପାଳକ କହିଛନ୍ତି, ଚଳିତ ବର୍ଷ ବିଳମ୍ବରେ ଶୀତ ଆସିବ । ଏଲ-ନିନୋ ପ୍ରଭାବ ଯୋଗୁ ଶୀତ ମଧ୍ୟ କମ ରହିବ । ଏବଂ ଶୀତ ବିଳମ୍ବରେ ଆସି ଶୀଘ୍ର ପଳାଇବ । ଅନ୍ୟ ପକ୍ଷରେ ଖରା ଏବଂ ଗରମ ଆଗୁଆ ଅନୁଭୂତ ହେବ । ଶୀତ ଋତୁରେ ହେଉଥିବା ବର୍ଷା ବି ଏଥର କମ ହେବ ବୋଲି ସେ ଆକଳନ କରିଛନ୍ତି ।












Click it and Unblock the Notifications