ପାଣିପାଗ ଖବର: କମିବ ଶୀତ, କୁହୁଡ଼ି ନେଇ ସତର୍କ କଲା ପାଣିପାଗ କେନ୍ଦ୍ର
ଆଗକୁ କମିବ ଶୀତ । ଜାନୁଆରୀରେ ଶୀତ କମିବା ନେଇ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି । ଆସନ୍ତା ୩ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ତେବେ ୪ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, କୋରାପୁଟ, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି ।

ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି କୁହାଯାଇଛି । ତେବେ ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ । ୬ ଓ ୭ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ ।












Click it and Unblock the Notifications