ପାଣିପାଗ ଖବର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ। ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଗଞ୍ଜମ, ଗଜପତି, କେନ୍ଦୁଝର, ରାୟଗଡ଼ା ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ରହିଛି।
ସେହିପରି ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।
୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୨୬ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଅନେକ ସ୍ଥାନରେ ୨୬ରୁ ୨୮ ମଧ୍ୟରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିପାରେ। ଏହା ସମେତ ଆସନ୍ତା ୩ ଦିନ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଓ ୩୦ ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର(SRC) ସତ୍ୟବ୍ରତ ସାହୁ। ସେ ଏହି ବର୍ଷା ସିଜିନରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ପାଇଁ ପ୍ରସ୍ତୁତି ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି।
ସମସ୍ତ ଜିଲ୍ଲା କଲେକ୍ଟର ଏବଂ ମ୍ୟୁନିସିପାଲିଟି କମିଶନରଙ୍କୁ ଏକ ଚିଠି ଲେଖି SRC ସେମାନଙ୍କୁ ୧୩.୦୩୬.୨୦୨୩୪ ରେ ଜାରି କରାଯାଇଥିବା ପୂର୍ବ ଚିଠି ବିଷୟରେ ମନେ ପକାଇ ଦେଇଛି ଯେଉଁଥିରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆରମ୍ଭ ପୂର୍ବରୁ ଅଗ୍ରୀମ ପ୍ରସ୍ତୁତି ପାଇଁ ବିସ୍ତୃତ ନିର୍ଦ୍ଦେଶ ଦିଆଯାଇଛି।












Click it and Unblock the Notifications