Odisha Weather: ୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ !

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ ! ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବାକୁ ଏବେ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଓଡ଼ିଶାକୁ ପାଖାପାଖି ୧୦ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୨୨ ବେଳକୁ ପହଞ୍ଚିଥିଲା । ତେବେ ଏଥର ମୌସୁମୀ ସ୍ବାଭାବିକ ସମୟରେ ଭାରତ ଭୂଖଣ୍ଡ ସମେତ ଓଡ଼ିଶାକୁ ଛୁଇଁବା ନେଇ ପାଣିପାଗର ବିଭିନ୍ନ ମଡେଲ୍‌ ଆକଳନ କରିଛନ୍ତି ।

ଗତବର୍ଷ ଏହି ସମୟରେ ଉପରୋକ୍ତ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ହୋଇଥିଲା। ତେବେ ୭ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ ୮ରେ ଭାରତର ମୁଖ୍ୟ ଭୂଖଣ୍ଡର କେରଳ ଉପକୂଳକୁ ପ୍ରବେଶ କରିଥିଲା।

odisha weather news

ଅନ୍ୟପକ୍ଷରେ କାଳବୈଶାଖୀ ପ୍ରଭାବରେ ବର୍ଷା ଲାଗିରହିଥିବାରୁ ସପ୍ତାହେ ହେଲା ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିଲା। ଆସନ୍ତା ଦୁଇ ଦିନ ମଧ୍ୟ କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ମଙ୍ଗଳବାର କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

ଏହାବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+