ପାଣିପାଗ ଖବର: ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି, ଭିଜିବ ଓଡ଼ିଶା
୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧକୁ ବି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କଟକ, ନୟାଗଡ଼, କନ୍ଧମାଳ, ଢେଙ୍କାନାଳ ଓ ଯାଜପୁରରେ ବି ବର୍ଷା ସମ୍ଭାବନା ରହିଛି।
ବର୍ଷା ସମୟରେ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ । କିଛି ସ୍ଥାନରେ କୁଆ ପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବାକି ୧୬ ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଘଡଘଡି ବିଜୁଳି ଅନୁଭୂତ ହେବ । ଆସନ୍ତାକାଲି ପ୍ରଚଣ୍ଡ ବଜ୍ରପାତ ନେଇ ୧୧ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ୨୪ଟି ଜିଲ୍ଲାରେ କାଳ ବୈଶାଖି ପ୍ରଭାବରେ ବର୍ଷା, ପବନ, ବଜ୍ରପାତ ଆଶଙ୍କା ରହିଛି। କେତେକ ଜିଲ୍ଲାରେ ୩୦ ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ହେବାର ବି ସମ୍ଭାବନା ରହିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି।












Click it and Unblock the Notifications