ପାଣିପାଗ ଖବର: ଆଜି ସାରା ରାଜ୍ୟରେ ବର୍ଷିବ: ବିଜୁଳି-ଘଡ଼ଘଡ଼ି ଆଶଙ୍କା

ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଅଧିକାଂଶ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଦେଇଛି । ସେହିଭଳି କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି ।

odisha weather news

ଏସବୁ ଜିଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢ଼େଙ୍କାନାଳ, କଟକ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ବାଲେଶ୍ୱର, ନୂଆପଡ଼ା, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଜଗତ୍‌ସିଂହପୁର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା ଓ ଭଦ୍ରକ। ଗୁରୁବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ୨୩ ତାରିଖଠାରୁ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପୁଣିଥରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+