ଓଡ଼ିଶା ଉପରେ ରହିବନି ଲଘୁଚାପର ପ୍ରଭାବ; ୨୩ରୁ ମତ୍ସ୍ୟଜୀବୀଙ୍କୁ ବାରଣ
ଓଡ଼ିଶାରେ ରହିବନି ଲଘୁଚାପ ପ୍ରଭାବ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପ୍ରେସମିଟ୍ । ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ । ୨୩ରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଯିବା ମନା ।
୨୪ରୁ ଉତ୍ତର ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା । ଦକ୍ଷିଣ, ଉତ୍ତର ଓଡ଼ିଶାରେ ଲାଗି ରହିବ କାଳବୈଶାଖୀ । ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ ଜାରି । ୪୮ ଘଣ୍ଟା ପର୍ଯ୍ୟନ୍ତ ରହିବ ତାତି, ଆଭ୍ୟନ୍ତରଣ ଓଡ଼ିଶାରେ ପାରା ୪୦ ଟପିବ ।

୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୪ ଓ ୨୫ରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଓ ଅବପାତ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ଓ ବଢ଼ି ୫୫ କିଲୋମିଟର ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି ।
କାଲିଠୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ପ୍ରବେଶ ବାରଣ କରାଯାଇଛି । ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି ।
୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି












Click it and Unblock the Notifications