Odisha Weather: ୫ରେ ଘୂର୍ଣ୍ଣିବଳୟ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୋମବାର ରାଜ୍ୟରେ ପାଗ ପ୍ରାୟ ଶୁଖିଲା ରହିବ ଓ ମଙ୍ଗଳବାର ଗଞ୍ଜାମ ଓ ପୁରୀ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୬ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣ ବର୍ଷା ହେବ। ୭ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଆଦି ଜିଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବାବେଳେ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

odisha weather news

ଅନ୍ୟପକ୍ଷେ ଚଳିତ ନଭେମ୍ବରରେ ସ୍ବାଭାବିକଠାରୁ ଅଧିକ ତାପମାତ୍ରା ଅନୁଭୂତ ହେବାକୁ ଥିଲେ ମଧ୍ୟ ଆଗାମୀ ୨ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ରବିବାର ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡି ଓ ଫୁଲବାଣୀରେ ୧୬.୫ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ବୌଦ୍ଧରେ ସର୍ବାଧିକ ୩୪.୮ ଡିଗ୍ରୀ ରହିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+