ରାଜ୍ୟରେ ଜାରି ରହିଛି ବର୍ଷା; ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ରାଜ୍ୟରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆହୁରୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ବିଶେଷକରି, ଉତ୍ତର ଓଡି଼ଶାରେ ଏହାର ପ୍ରଭାବ ଅଧିକ ରହିବ। କାହିଁକିନା, ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ- ଉତ୍ତର ଦିଗରେ ଝାଡଖଣ୍ତ ଆଡ଼କୁ ଗତି କରିବ। ଯାହା ଫଳରେ ଆଜି ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ କିଛି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

odisha weather news

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହାସହ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସେପଟେ, ପ୍ରବଳ ବର୍ଷା ନେଇ ଜିଲ୍ଲାପାଳ ମାନଙ୍କୁ ସତର୍କ କରାଇଛନ୍ତି ଏସଆରସି। ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ସେପଟେ, ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଜଳକା ନଦୀ ଫୁଲିବାରେ ଲାଗିଛି। ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ନଦୀର ଜଳସ୍ତର। ଯାହାକୁ ନେଇ ଆତଙ୍କିତ ଅବସ୍ଥାରେ ରହିଛନ୍ତି ନଦୀ କୂଳଆ ଲୋକ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+