ପାଣିପାଗ ଖବର: ଆଜିଠୁ ୫ ଦିନ ବର୍ଷା, ଏହି ସବୁ ଜିଲ୍ଲାକୁ ଆଲର୍ଟ ଜାରି

ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୫ ଦିନ ପଶ୍ଚିମ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି । ୨୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ଢେଙ୍କାନାଳର କିଛି ସ୍ଥାନରେ ମଧ୍ୟମରୁ ଭାରୀ ବର୍ଷା ହେବ । ୨୧ ଓ ୨୨ରେ ବି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛନ୍ତି ।

୨୧ ତାରିଖରେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ାର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୨୨ ତାରିଖରେ ସୁନ୍ଦରଗଡ଼ ସଂଲଗ୍ନ ଅଞ୍ଚଳ ଓ ୨୩ରେ ଛତିଶଡଗଡ଼ ସଂଲଗ୍ନ ଅଞ୍ଚଳର କିଛି ସ୍ଥାନରେ ମଧ୍ୟମରୁ ଭାରୀ ବର୍ଷା ସମ୍ଭାବନା ଅଛି ।

odisha Weather News

ଆସନ୍ତା ୫ ଦିନ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ନାହିଁ । ବର୍ଷା ନଥିବାରୁ ଜମିରେ ପାଣି ବାନ୍ଧି ରଖନ୍ତୁ । ପାଣି ଅଭାବ ପାଇଁ ଧାନ ରୁଆ ହୋଇ ପାରୁନଥିବା ଅଞ୍ଚଳରେ ମାଣ୍ଡିଆ ରୁଆ ଭଳି ଧାନ ରୋଇବାକୁ ପ୍ରଫେସର ପଶୁପାଳକ ପରାମର୍ଶ ଦେଇଛନ୍ତି । ମଝିରେ ମଝିରେ ବର୍ଷା ହେଉଥିବାରୁ ଗଛ ମରିବନି ବୋଲି ସେ କହିଛନ୍ତି। ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+