ପାଣିପାଗ ଖବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ଘଣ୍ଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । ତେବେ ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ । ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ । ୩ ଘଣ୍ଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖର୍ଦ୍ଧା, ଭୁବନେଶ୍ୱର, ଗଞ୍ଜାମ, ଦେବଗଡ଼, ଜଗତସିଂହପୁର,କଟକ, ଯାଜପୁର,ଅନୁଗୋଳ,ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଅଗଷ୍ଟ ୧୨,୧୩ ଓ ୧୪ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ିଘଡ଼ି ମଧ୍ୟ ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ସୋମବାର ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଜଗତସିଂହପୁର,ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications