ରାଜ୍ୟରେ ଆଗାମୀ ଦୁଇ ଦିନ ବର୍ଷା ସମ୍ଭାବନା; ବିଭିନ୍ନ ଜିଲ୍ଲାକୁ ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ଦୁଇ ଦିନ ବର୍ଷାର ସମ୍ଭାବନା ଅଛି । ୧୭ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ୧୮ ତାରିଖରେ ଅଧିକାଂଶ ସ୍ଥାନରେ ପାଗ କୋହଲା ରହିବ ଏବଂ ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରାଯାଇଛି ।

ସୋମବାର କିରେଇରେ ରାତି ତାପମାତ୍ରା ସବୁଠୁ କମ୍‌ ଥିଲା । ଏଠାରେ ୭.୭ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସୁନ୍ଦରଗଡ଼ରେ ୮.୫, ଜି ଉଦୟଗିରିରେ ୮.୬, ରାଉରକେଲାରେ ୮.୯, କୋରାପୁଟରେ ୯, ଫୁଲବାଣୀରେ ୧୦.୫, ସିମିଳିଗୁଡ଼ାରେ ୧୦.୭, କେନ୍ଦୁଝରରେ ୧୧.୪, ଦାରିଙ୍ଗିବାଡ଼ିରେ ୧୧.୫, ବାରିପଦାରେ ୧୨.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୪ଦିନ ଯାଏ ରାଜ୍ୟର ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Odisha weather

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ସଞ୍ଜିବ ଦ୍ୱିବେଦୀ ପୂର୍ବାନୁମାନ କରି କହିଛନ୍ତି, ପଶ୍ଚିମା ବାୟୁ ପ୍ରବାହ ଯୋଗୁ ଦୁଇ ଦିନ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ସୋମବାରଠାରୁ ଉପକୂଳରେ ଶୀତର ପ୍ରଭାବ ସାମାନ୍ୟ କମିଛି । ସେପଟେ କଟକ ଓ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ଯୋଗୁ କମ୍‌ ଶୀତ ଅନୁଭୂତ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+