ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ, ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା!

Odisha Weather News: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ । ଆଜି ଟ୍ୱିନସିଟି ସମେତ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡଘଡି଼ ସହ ପବନ ହୋଇଛି ଯେଉଁଥି ପାଇଁ କେଉଁଠି ଗଛ ଭାଙ୍ଗି ଯାଇଥିବା ଦେଖିବା ପାଇଁ ମିଳିଛି । ରାଜ୍ୟରେ ୨୨ ତାରିଖ ପର୍ଯ୍ୟନ୍ତ ଝଡବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଯେଉଁଥି ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Odisha Weather News

୧୯ ତାରିଖରେ କୋରପୁଟ, ନବରଙ୍ଗପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ୨୦ ତାରିଖରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ବିଜୁଳି ଏବଂ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ଏପ୍ରିଲ ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ସମାନ ପାଗ ଅନୁଭୂତ ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+