ପାଣିପାଗ ଖବର: ଆଜି ବି ସାରା ରାଜ୍ୟରେ ଲାଗି ରହିବ ବର୍ଷା, ଏହି ସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ଆଜି (ଶୁକ୍ରବାର )ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Odisha Weather News

ସେହିପରି ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି ଜାଗାରେ ଘଂଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ ।

ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+