ପାଣିପାଗ ଖବର: ଆଗାମୀ ୫ ଦିନ ଲାଗି ରହିବ ବର୍ଷା; ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା

ଆଗାମୀ ୫ରୁ ୭ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ତେବେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବଜ୍ରପାତ ଓ ଘଡ଼ଘଡି ମଧ୍ୟ ହେବାର ରହିଛି । ଯେଉଁଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ ବାଂଲାଦେଶ ଓ ତା' ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଅନୁଗୋଳ,ଢେଙ୍କାନାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କେତେକ ଅଞ୍ଚଳରେ ବଜ୍ରପାତ ଓ ଘଡ଼ଘଡି ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

odisha weather news

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶନିବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବ। ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+