ପାଣିପାଗ ଖବର: ୫ରୁ ପୁଣି ବଢ଼ିବ ବର୍ଷା, ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା ଲାଗିରହିଛି । ଲୋକଙ୍କ ମୃତ୍ୟୁ ହେବା ସହ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଓଡ଼ିଶାର ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ପଡ଼ିଛି । ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୧୪୦ ମିମି ବର୍ଷା ହୋଇଛି ।

ସୋମବାର ଯାଏଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ତିନି ଦିନ ଓଡ଼ିଶାରେ ସେଭଳି ବର୍ଷା ନ ଥିବା ବେଳେ ୫ ତାରିଖଠାରୁ ପୁଣି ବର୍ଷା ବଢ଼ିବ। ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

odisha Weather News

୫ରୁ ପୁଣି ବଢ଼ିବ ବର୍ଷା
ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିଛି। ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ବର୍ଷା ଲାଗିରହିଛି ।

ପାଣିପାଗ ବିଜ୍ଞାନୀ ସଂଜୀବ ଦ୍ବିବେଦୀ କହିଛନ୍ତି, ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୩୧. ୯ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+