Odisha Weather News: ଆଜିଠାରୁ ଓଡ଼ିଶାରେ ବର୍ଷା ବଢ଼ିବ; ଏହି ସବୁ ଜିଲ୍ଲାକୁ ଆଲର୍ଟ

Heavy To Very Heavy Rain: ଆଜିଠାରୁ ଓଡ଼ିଶାରେ ବର୍ଷା ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନ ବହିବାକୁ ନେଇ ଆଗାମୀ 2 ଦିନ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଭିତରେ ରଖାଯାଇଛି ।

ସେହିପରି ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ରହିବ । ଏକ‌ ଟ୍ରପ ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି । ଏହାର ପ୍ରଭାବରେ ଆସନ୍ତା 28 ତାରିଖ ଯାଏଁ ପ୍ରବଳ ବର୍ଷା ଜାରି ରହିବ । 25 ଓ 26 ତାରିଖ ସମୁଦ୍ର ଅଶାନ୍ତ ରହିବ । ଏହି 2 ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।

Alert for all these districts

ଆଗାମୀ 24 ଘଣ୍ଟା ପାଇଁ ୱାର୍ଣ୍ଣିଂ:

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆଗାମୀ 24 ଘଣ୍ଟା ମଧ୍ଯରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଦ୍ରପାତ ସହ ପ୍ରବଳ ବର୍ଷା ଓ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଏ ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆଜିଠୁ ଅତି ପ୍ରବଳ ବର୍ଷା:

କାଲିଠୁ ବର୍ଷା ବଢ଼ିବା ସହ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଭିତରେ ରଖାଯାଇଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ୱଲପୁର, ଦେଓଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଓ ଝଟକାପବନ ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

26 ତାରିଖ ପାଇଁ ଅରେଞ୍ଜ ଆଲର୍ଟ:

26 ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଏହି 2 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସେହିପରି ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେଓଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଓ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକାପବନର ବେଗ 30-40 କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+