Odisha Rain: ୧୨ରୁ ପୁଣି ବର୍ଷିବ, ୧୭ ରେ ଆଉ ଏକ ଲଘୁଚାପ

ରାଜ୍ୟରେ ଦୁଇ ଦିନ କାଁ ଭାଁ ବର୍ଷା ହେଉଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ । ହେଲେ ୧୨ ତାରିଖରୁ ତିନିଦିନ ଧରି କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ଉତ୍ତର,ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଗତ ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ରାୟଗଡା, ଗଜପତି, କେନ୍ଦୁଝର ଏବଂ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି । ବୁଧବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ବାରିପଦାରେ ୧୪.୬ମି.ମି ବର୍ଷା ରେକର୍ଡ ହୋଇଥିବାବେଳେ ଟିଟିଲାଗଡରେ ୯ ମି.ମି, ନୟାଗଡ ୧୩ ମି.ମି, ଭଦ୍ରକ ୪.୪ ମି.ମି ବର୍ଷା ହୋଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather news

ଆସନ୍ତା ୧୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ୧୮ରୁ ରାଜ୍ୟରେ ବର୍ଷା ପରିମାଣ ବଢିବ । ପାରାଦ୍ବୀପରୁ ସୁବର୍ଣ୍ଣପୁର ପର୍ଯ୍ୟନ୍ତ ସଂଯୋଗ କରୁଥିବା ସରଳରେଖା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୧୫ ଓ ୧୬ ତାରିଖରେ ପୂର୍ବ-ପଶ୍ଚିମ ଟ୍ରଫ ଲାଇନ ସୃଷ୍ଟି ହୋଇ ତା'ର ପୂର୍ବଭାଗ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିବା ସମ୍ଭାବନା ରହିଛି । ପୁଣି ଏହି ସମୟରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ, ଯାହାକି ୧୭ରେ ଲଘୁଚାପରେ ପରିମାଣ ହେବା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+