ପାଣିପାଗ ଖବର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ ଧୀରେ ଧୀରେ ବର୍ଷାର ପରିମାଣ କମୁଛି । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ।

କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି । ୩-୪ ଦିନ ମଧ୍ୟରେ ବର୍ଷା କମିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଂଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

RAIN

ସେପ୍ଟେମ୍ବର ଶେଷରେ ହେବ ବଡ ବର୍ଷା । ୨୯ ତାରିଖରେ ଅଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଲଘୁଚାପ କେତେ ଘନୀଭୂତ ହେବ ? ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ । ଅବପାତ, ଗଭୀର ଅବପାତ ନା ବାତ୍ୟାରେ ପରିଣତ ହେବ ? ଯଦି ଏହା ଅଧିକ ଘନୀଭୂତ ହେବ, କେଉଁଆଡ଼େ ଗତି କରିବ ? ତାହା ଏଯାବତ୍‌ ସ୍ପଷ୍ଟ ହୋଇନାହିଁ ।

ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଗତକାଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏ ନେଇ ପ୍ରତିକ୍ରିୟା ରଖିଥିଲେ । IMD ଡିଜି ସୂଚନା ଦେଇଛନ୍ତି ଯେ, ବାତ୍ୟା ନେଇ ଏବେ କୌଣସି ସୂଚନା ନାହିଁ । ବଙ୍ଗୋପସାଗରରେ ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ହୋଇପାରେ । ଲଘୁଚାପ ପରେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । କିନ୍ତୁ ଏହାପରେ ବାତ୍ୟା ହେବା ନେଇ ଏଯାଏ କୌଣସି ସୂଚନା ହସ୍ତଗତ ହୋଇନି । ବାତ୍ୟା ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା IMD ଜାରି କରି ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+