ରାଜ୍ୟରେ ବଢୁଛି ତାତି; ୩୭ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ଛୁଇଁପାରେ ତାପମାତ୍ରା
ରାଜ୍ୟରେ ବଢୁଛି ତାତି । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅସମ୍ଭାଳ । ଆଉ ତାତି ସହି ହେଉ ନାହିଁ । ଆଜି ଉପକୂଳ ଓଡ଼ିଶାରେ ବି ତାତି ବଢିବ ବୋଲି ପୂର୍ବାନୁମାନ କରିଛି ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ରାଜ୍ୟର କିଛି ସ୍ଥାନରେ ୩୭ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଛୁଇଁପାରେ । ବିଶେଷ କରି ଟୁଇନ୍ ସିଟି କଟକ ଭୁବନେଶ୍ବର ସମେତ କିଛି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିପାରେ ।
ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାତି ଅସମ୍ଭାଳ ରହିଛି । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିବ । କାଲି ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ।

ଗତକାଲି ରାଜ୍ୟରେ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୭. ୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିପରି ଭବାନୀପାଟଣା, ମାଲକାନଗିରି ଓ ସୋନପୁରରେ ସର୍ବାଧିକ ତାପମାତ୍ରା ରହିଥୁଲା ୩୭ ଡିଗ୍ରୀ । ଏପଟେ ୧୬ ତାରିଖ ବେଳକୁ ପଶ୍ଚିମା ଝଡ଼ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
୧୪ ତାରିଖ ବେଳକୁ ରାଜ୍ୟରେ ପୁଣି ଏକ ପଶ୍ଚିମା ଝଡ ସକ୍ରିୟ ହେବ।
ଏହା ପ୍ରଭାବରେ ରାଜ୍ୟରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି।












Click it and Unblock the Notifications