ଆଗକୁ ଆହୁରି ବଢିବ ତାତି; ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା

ଆଗକୁ ଆହୁରି ବଢିବ ତାତି । ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩ ରୁ ୫ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଆଗାମୀ ସପ୍ତାହକ ମଧ୍ୟରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ ବେଳକୁ କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି ।

ତେବେ ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି ।

ମାର୍ଚ୍ଚ ଶେଷ ବେଳକୁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଛୁଇଁପାରେ । କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ ।

ଟାଣ ଖରାକୁ ଦୃଷ୍ଟିରେ ରଖି ବାହାରକୁ ବାହାରିଲା ମାତ୍ରେ ସାବଧାନତା ପାଇଁ ପରାମର୍ଶ ଦିଆଯାଇଛି । ଏଭଳି କ୍ଷେତ୍ରରେ ବାହାରକୁ ବାହାରିଲା ମାତ୍ରେ ସାବଧାନ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+