ଦିନକୁ ଦିନ ବଢିବ ତାପମାତ୍ର; ଗୁରୁବାରଠାରୁ ବଢ଼ିବ ତାପମାତ୍ରା, ୩୮ ଡିଗ୍ରୀ କରିବ ପାର୍ !
ଭୁବନେଶ୍ୱର: ଦିନକୁ ଦିନ ବଢୁଛି ତାତି । କିଛି ଦିନ ଭଲ ପାଗ ପରେ ପୁଣି ଖରା ବଢ଼ିବାରେ ଲାଗିଛି । ଉପକୂଳ ଓଡ଼ିଶାରେ ଗୁରୁବାରଠାରୁ ଦିନ ତାପମାତ୍ରା ବଢ଼ିବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ମାର୍ଚ୍ଚ ୩ ତାରିଖରେ ଭୁବନେଶ୍ୱରର ତାପମାତ୍ରା ୩୮ ଡିଗ୍ରୀ ପାର୍ କରିବ । ତେବେ ୪ ଓ ୫ରେ ପାଗ ସାମାନ୍ୟ ମେଘୁଆ ରହିପାରେ ।
୫ ତାରିଖ ସୁଦ୍ଧା ଦିନ ତାପମାତ୍ରା ୩ ଡିଗ୍ରୀ ଯାଏ ବଢ଼ିବ ବୋଲି ସେ ଆକଳନ କରିଛନ୍ତି । ଉପକୂଳରେ ଆସନ୍ତା ୩ଦିନ ଯାଏ ସକାଳୁ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ସେହିଭଳି ଦକ୍ଷିଣ ଆଭ୍ୟନ୍ତରରେ ଦିନ ତାପମାତ୍ରା କ୍ରମଶଃ ବଢ଼ିବ । ୩ ଓ ୪ରେ ମେଘୁଆ ପାଗ ଯୋଗୁ ତାପମାତ୍ରା କମିବ । ଉତ୍ତର ଆଭ୍ୟନ୍ତରରେ ବି ୩ ସୁଦ୍ଧା ଦିନ ତାପମାତ୍ରା ୩ ଡିଗ୍ରୀ ବଢ଼ିପାରେ ।
ସେହିପରି ଗୁରୁବାର ରାଜ୍ୟର ୫ଟି ଜିଲ୍ଲାରେ ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଏହା ପରଠାରୁ ପାଗ ପ୍ରାୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବୁଧବାର ଗଞ୍ଜାମ ଜିଲ୍ଲାରେ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ଦେଖିବାକୁ ମିଳିଛି । ବଜ୍ରପାତରେ ଦିଗପହଣ୍ଡିରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ତାଙ୍କର ଦୁଇ ପରିବାର ସଦସ୍ୟ ଗୁରୁତର ହୋଇଛନ୍ତି । ଗତ ୨୪ ଘଣ୍ଟାରେ ବରଗଡ଼ରେ ୩୯.୪, ହୀରାକୁଦରେ ୧୮.୮, ସମ୍ବଲପୁରରେ ୧୬.୨ ଓ ରାଉରକେଲାରେ ୧୪.୧ମିମି ବର୍ଷା ହୋଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications