ଓଡ଼ିଆ ନବବର୍ଷରୁ ବଢ଼ିବ ତାତି; ୪୫ ଡିଗ୍ରୀ ଛୁଇଁବ ତାପମାତ୍ରା, ପ୍ରବଳ ଗରମ ସହ ଅନୁଭୂତ ହେବ ଗୁଳୁଗୁଳି
୪୫ ଡିଗ୍ରୀ ଛୁଇଁବ ତାତି । ୫-୬ ଦିନର କୋହଲା ପାଗ ପରେ ରାଜ୍ୟରେ ଅନୁଭୁତ ହୋଇପାରେ ପ୍ରବଳ ଗରମ ସହ ଗୁଳୁଗୁଳି । କାଳବୈଶାଖୀ ଯୋଗୁଁ ବର୍ତ୍ତମାନ ପାଗ ଥଣ୍ଡା ରହିଥିବା ବେଳେ ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ତାତି ୪୫ ଡିଗ୍ରୀ ଡେଇଁପାରେ । ୧୭ ତାରିଖ ବେଳକୁ ସ୍ଥିତି ଅସମ୍ଭାଳ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।
ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ୧୫ ଡିଗ୍ରୀ ଯାଏଁ ବଢିବ ପାରଦ । ଅଧିକାଂଶ ସହରର ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା । କାଲିଠୁ ରାଜ୍ୟରେ ଧିରେ ଧିରେ ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୧୭ ରୁ ୨୦ ତାରିଖ ପିକ୍ ସମୟ ରହିବ । ଦିନ ସହ ରାତି ତାପମାତ୍ରା ଅସ୍ତବ୍ୟସ୍ତ କରିବ । ଅସହ୍ୟ ପାଗ ଶରୀର ପାଇଁ ଘାତକ ହେବ । ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି ।

ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୫ ତାରିଖରେ ଉପକୂଳ ସହ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି । ୧୬ ତାରିଖରେ ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର, ନୟାଗଡ, ବୌଦ୍ଧ, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
କିଛି ଦିନର କାଳବୈଶାଖୀ ବର୍ଷା ପରେ ରାଜ୍ୟକୁ ପୁଣି ଫେରିବ ତାତି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନଥିବା ବେଳେ ୪ ରୁ ୫ ଦିନ ମଧ୍ୟରେ ସ୍ବାଭାବିକ ଠାରୁ ୬ ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications