Odisha Weather: ତାତିରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଘଡଘଡି ସହ ହୋଇପାରେ ବର୍ଷା

ତାତିରୁ ମିଳିଛି ଆଶ୍ୱସ୍ତି । ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି । ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୧୦.୮ ସେମି ବର୍ଷା ରେକର୍ଡ କରାଯାଇଛି । ସେହିଭଳି ୮ ସହରରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨ ଦିନ ହେବ ରାଜ୍ୟରେ ବର୍ଷା ସାଙ୍ଗକୁ କୋହଲା ପାଗ ତାତିରୁ ଆଶ୍ୱସ୍ତି ଆଣି ଦେଇଛି ।

୨୪ ତାରିଖରେ ରାଜ୍ୟରେ କିଛିମାତ୍ରାରେ କମିବ ବର୍ଷା । ତେବେ ୨୫ ତାରିଖରୁ ପୁଣି ବର୍ଷାର ପରିମାଣ ବଢିବ । ୨୬ରେ ଗୋଟେ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Odisha Weather news

ବିଶେଷକରି କଳାହାଣ୍ଡି , ରାୟଗଡ଼ା , ଗଜପତି କନ୍ଧମାଳ ଓ ଗଞ୍ଜାମର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି।

ସପ୍ତାହେରୁ ଊଦ୍ଧ୍ୱର୍କାଳ ଅଭିମାନ କରି ମାଲକାନଗିରିରେ ଲୁଚିଥିବା ମୌସୁମୀ ଅକସ୍ମାତ ସକ୍ରିୟ ହୋଇଛି। କାଳବୈଶାଖୀ ଡାକରାରେ ସକ୍ରିୟ ମୌସୁମୀ ଗତକାଲି ସୁଦ୍ଧା  ରାଜ୍ୟର ୨୪ ଜିଲ୍ଲାରେ ଦେଇଛି ପହିଲି ବର୍ଷାର ସ୍ପର୍ଶ। ଅବଶିଷ୍ଟ ୬ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ୱର , ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ଦିନେ ଦୁଇଦିନ ମଧ୍ୟରେ ମୌସୁମୀ ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ମୌସୁମୀ ଅଗ୍ରସର ପରେ ସାରା ରାଜ୍ୟରେ ପାଗ ମେଘୁଆ ସହ ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+