ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର, ଆଜିଠୁ କମିବ ବର୍ଷାର ପରିମାଣ
Odisha Weather: ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର, ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ । ହେଲେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁନ ମାସରେ ରାଜ୍ୟରେ ଅଭାବୀ ବର୍ଷା ରେକର୍ଡ କରାଯାଇଛି ।
ମୟୁରଭଞ୍ଜରେ ସ୍ୱଭାବିକ ଠାରୁ ୬୭ପ୍ରତିଶତ କମ ବର୍ଷା ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ସେହିପରି ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୭ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟରେ ପୁଣି ବର୍ଷାର ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ମଧ୍ୟହାନ୍ନ ସୁଦ୍ଧା ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁକୂଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର,ପୁରୀ, କୋରାପୁଟ, ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି ।












Click it and Unblock the Notifications