Odisha Weather: ରାଜ୍ୟରେ ଖୁବଶୀଘ୍ର ବଦଳିବ ପାଣିପାଗ; କାଲିଠୁ ପ୍ରବଳ ବର୍ଷିବ ! ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟରେ ବଦଳିବ ପାଗ୍। ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ । ତେବେ ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆମେ ଯଦି ଦେଖିବା କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲାରେ ବ୍ରଜପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି ।
ଅଗଷ୍ଟ ୭ ତାରିଖରେ ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଓ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛିb।। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି
୮ ତାରିଖରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗିର ଓ ନୂଆପଡ଼ା, ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି ।












Click it and Unblock the Notifications