କାଳବୈଶାଖୀ ପ୍ରଭାବ; ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ବଦଳିଛି ପାଣିପାଗ । ତାତିରୁ ମିଳିଛି ଆଶ୍ୱସ୍ତି । ଆଉ ରାତିରେ ବି ଭଲ ପାଗ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି । ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି ।

ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି । ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ ।

ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି । ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Odisha weather news

ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+