Odisha Heat Weather: ଗ୍ରୀଷ୍ମପ୍ରବାହ ନେଇ କାଲି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗ୍ରୀଷ୍ମପ୍ରବାହ ନେଇ କାଲି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ । ଆସନ୍ତା ୫ ଦିନ ଯାଏଁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭବନା ।
ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ। ୩୯.୬ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ । ଚାନ୍ଦବାଲି ୩୯.୨, ଝାରସୁଗୁଡ଼ା ୩୮.୮, ରାଉରକେଲା ୩୭.୮ ଡିଗ୍ରୀ । କେନ୍ଦୁଝର ୩୭.୪, ସମ୍ବଲପୁର ଓ ହୀରାକୁଦ ୩୭.୨ ଡିଗ୍ରୀ ।
ପୁଣି ରାଜ୍ୟରେ ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଶନିବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ତେବେ ଆମେ ଯଦି ଦେଖିବ ୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବା ସମ୍ଭାବନା ରହିଛି । କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।












Click it and Unblock the Notifications