Get Updates
Get notified of breaking news, exclusive insights, and must-see stories!

ଡିସେମ୍ବରରେ ଶୀତ ଉଭାନ: ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଡିସେମ୍ବରରେ ଶୀତ ଉଭାନ । ପ୍ରତିବର୍ଷ ଡିସେମ୍ବରରେ ରାଜ୍ୟରେ ହାଡଭଙ୍ଗା ଶୀତ ହେଉଥିବା ବେଳେ ଚଳିତ ବର୍ଷ ଶୀତ ଗାୟବ । ଆଜିଠାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ନେଇ ଶୀତ ସାମାନ୍ୟ କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ରାଜ୍ୟରୁ ଶୀତ ଉଭାନ:
ତାପମାତ୍ରା ସ୍ୱାଭାବିକଠାରୁ ସାମାନ୍ୟ କମ୍ ଥିବାରୁ ଶୀତ ସେଭଳି ଅନୁଭୂତ ମଧ୍ୟ ହେଉନାହିଁ । ଆଗାମୀ ୪ରୁ ୫ ଦିନ ଯାଏଁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ଆକଳନ କରିଛି ବିଭାଗ । ଆଗାମୀ ୫ ଦିନ ଯାଏଁ କମ୍ ଶୀତ ହେବ ବା ଅନୁଭବ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

odisha weather no cold December

ବର୍ଷା ସମ୍ଭାବନା:
ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ୯ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।

ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଏହାସହ ଆସନ୍ତା ୨୪ ଘଣ୍ଟାରେ ନୟାଗଡ ଜଗତସିଂହପୁର, କେନ୍ଦ୍ରାପଡା ,ଭଦ୍ରକ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ

କେଉଁଠାରେ କେତେ ତାପମାତ୍ରା ?
ଗତ ୨୪ ଘଣ୍ଟାରେ ରାଉଲକେଲାରେ ସର୍ବନିମ୍ନ ତାପମାତ୍ରା ୧୩.୩ ଡିଗ୍ରୀ ରେକର୍ଡ କରାଯାଇଛି । ପାହାଡିଆ ଅଞ୍ଚଳରେ ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୩.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ୱରରେ ୨୧.୧ ଓ କଟକରେ ୧୯.୦୦ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+