Odisha Weather: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ
ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ । ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା। ଅବପାତର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ। କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ, ଶୀତର ପ୍ରଭାବ ସାମାନ୍ୟ ରହିବ। କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ, ଶୀତ ଅନୁଭବ ହେବ।

ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ।
ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ ଅବପାତର ରୂପ ନେଇଛି। ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡିଶା ଉପରେ ରହିବ ନାହିଁ। କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ , ଶୀତର ପ୍ରଭାବ ସାମାନ୍ୟ ରହିବ। କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ ଏବଂ ଶୀତ ଅନୁଭବନ ହେବ।












Click it and Unblock the Notifications