Odisha Weather: ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ଦୁଇଦିନ ଅଧା ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା । ଆଜି ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather

ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହାସହ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ନାହିଁ । କିନ୍ତୁ ରାଜ୍ୟର କିଛି ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସମୟରେ ଚାଷୀ ମାନଙ୍କୁ ସତର୍କ ରହିବା ପାଇଁ ସୂଚନା ଜାରି କରିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+