Odisha Weather: ମଙ୍ଗଳବାରଠୁ ପୁଣି ବର୍ଷା, ନୂଆବର୍ଷରୁ ଶୀତ ବଢ଼ିବ

ଆଗକୁ ପୁଣି ବର୍ଷା ଆସୁଛି । ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ହୋଇପାରେ । ୨୪ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ବି ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାୟୁମଣ୍ଡଳରେ ପବନର ଦିଗ ପରିବର୍ତ୍ତନ ଯୋଗୁ ୨୪ ଓ ୨୫ରେ ବର୍ଷା ହେବ । ୨୪ରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି ଓ କନ୍ଧମାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

Odisha Weather Rain again from Tuesday

ପ୍ରଫେସର ପଶୁପାଳକ କହିଛନ୍ତି, ବଙ୍ଗୋପସାଗରରେ ଏବେ ଅବପାତ ସକ୍ରିୟ ରହିଛି । ରବିବାର ସନ୍ଧ୍ୟା ବେଳକୁ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଉପକୂଳରୁ ଦୂରରେ ସମୁଦ୍ର ଭିତରେ ଥିଲା । ପବନର ଗତି ପରିବର୍ତ୍ତନ ପରେ ଏହାର ବିସ୍ତୃତି ବଢ଼ିଛି । ଏହାର ଅବସ୍ଥିତି କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗର ଯାଏ ରହିବ । ଏହାର ପ୍ରଭାବରେ ରାଜ୍ୟରେ ୨୪ ଓ ୨୫ ତାରିଖରେ ବର୍ଷା ହେବ । ୨୪ ତାରିଖରେ ଉପକୂଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ବାଲେଶ୍ୱରରୁ ଗଞ୍ଜାମ ଯାଏ ସମସ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ୨୫ରେ ଜଗତ୍ସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ନୟାଗଡ଼ରେ ମଧ୍ୟମରୁ ଭାରୀ ବର୍ଷା ହେବ। ସମୁଦ୍ର ସଂଲଗ୍ନ ଅଞ୍ଚଳରେ ଭାରୀ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି ।

୨୫ରେ ୫ଟି ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ବାୟୁମଣ୍ଡଳରେ ପବନର ଦିଗ ପରିବର୍ତ୍ତନ ଯୋଗୁ ୨୪ ଓ ୨୫ରେ ବର୍ଷା ହେବ । ୨୪ରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି ଓ କନ୍ଧମାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+