ବର୍ଷା ଆଉ ୨ ଦିନ, ୧୦ରୁ ପାଗ ଶୁଖିଲା
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ-ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଅବସ୍ଥିତ। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ବ୍ୟାପିଛି। ଏହା ଆସନ୍ତା ୨ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ନୂଆପଡ଼ା, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିଥିବା ବେଳେ ଅବଶିଷ୍ଟ ଓଡ଼ିଶାରେ ମଧ୍ୟ ବର୍ଷା ହୋଇଛି।













Click it and Unblock the Notifications