Odisha Weather: ଆଗାମୀ ୨ଦିନ ଯାଏ ବର୍ଷା, ୨୪ ଘଣ୍ଟାରେ ୭ଜିଲ୍ଲାକୁ ୱାର୍ଣ୍ଣିଂ

ଆଗାମୀ ୨ଦିନ ଯାଏ ରାଜ୍ୟରେ ବର୍ଷା । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଠାରୁ ଆନ୍ଧ୍ରପ୍ରଦେଶ ଉପକୂଳ ପର୍ଯ୍ୟନ୍ତ ବ୍ୟାପିଥିବା ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ।

ଆଗାମୀ ୨୪ ଘଣ୍ଟାରେ ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ସେହିପରି ୧୦ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।

ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୯ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର , ଝାରସୁଗୁଡ଼ା, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବିଜୁଳି ଘଡ଼ଘଡ଼ ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather

ଆଜି ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହିପରି ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୪ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୨ଜିଲ୍ଲା ଗଜପତି ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୪ରୁ ୫ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+