Odisha Weather: ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ଆଜି ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Rain in Odisha

ମୟୂରଭଂଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଆସନ୍ତା କାଲି ପାଇଁ ମଧ୍ୟ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଉପକୂଳରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ୨୩ ତାରିଖରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି।

ଶନିବାର ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ବାଲେଶ୍ବର, ଭୁବନେଶ୍ବର, ପାରାଦ୍ବୀପ, ଅନୁଗୋଳ, ଝାରସୁଗୁଡ଼ା, କେନ୍ଦୁଝର, ହୀରାକୁଦ, ଭବାନୀପାଟଣା, ଟିଟିଲାଗଡ଼, ମାଲକାନଗିରି, ବରଗଡ଼, ଦେବଗଡ଼, ନୂଆପଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ରାଉରକେଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି।

ଉତ୍ତର ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ଏକ ନିମ୍ନଚାପ ରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୨୪ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+