ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବର୍ଷା

ରାଜ୍ୟରେ ବଦଳିଲା ପାଗ । ବିଭିନ୍ନ ସ୍ଥାନରେ ଘଡଘଡି ସହ ହାଲୁକା ବର୍ଷା । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି ।

୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ପବନ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

odisha weather Rain

କୁଆପଥର ବର୍ଷାକୁ ନେଇ ବି ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ସହ କୁଆପଥର ବର୍ଷା ହୋଇପାରେ । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବିଜୁଳି ଘଡଘଡି ସହ ବର୍ଷା ନେଇ ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଜଗତସିଂହପୁର ଓ କଟକ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ ଆଜି ଠାରୁ ୨୨ ତାରିଖ ଯାଏଁ ରାଜ୍ୟରେ ଘଡ଼ଘଡି଼ ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏଥିପାଇଁ କାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ, ଯାଜପୁର ଓ ଢେଙ୍କାନାଳ ଆଦି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଅନୁଗୋଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଭଳି ୧୨ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+