Odisha Weather: ୧୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଆଜି ଧୀରେ ଧୀରେ ଅସ୍ପଷ୍ଟ ହୋଇଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରୁ ମ୍ୟାମାର୍ ଯାଏଁ ଲମ୍ବିଥିବା ଟର୍ଫ ଲାଇନ୍ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ ଦେଇ ଗତି କରିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତାକାଲି ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜର କିଛି କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବର୍ଷା ସହ ଵଜ୍ରପାତ ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଗତକାଲିଠୁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କାଁଭାଁ ବର୍ଷା ହେଉଥିବା ବେଳେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ରାଜ୍ୟରେ ବର୍ଷା ଲାଗିରହିବ ।
କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।












Click it and Unblock the Notifications