Odisha Weather: ତାତିରୁ ମିଳିବ ଆଶ୍ୱସ୍ତି; କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ
ଆଉ ଦିନକ ପରେ ତାତିରୁ ମିଳିବ ଆଶ୍ୱସ୍ତି । କାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ମୌସୁମୀ ବାୟୁ ଏବେ କୋରାପୁଟ ଓ ମାଲକାନଗିରିରେ ସକ୍ରିୟ ଥିବା ବେଳେ ଏବେ ଏହା ଆଗକୁ ବଢିବା ପାଇଁ ପାଗ ଅନୁକୂଳ ରହିଛି ।
ଆଜି ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି ।

ଅନ୍ୟପଟେ ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ଅନେକ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଗୁଳୁଗୁଳି ନେଇ ସତର୍କତା ଜାରି କରାଯାଇଛି
ମୌସୁମୀ ଋତୁରେ ଗ୍ରୀଷ୍ମର ରାଜ। ଜଳୁଛି ଦିନ। କଲବଲ କରୁଛି ରାତିର ତାତି । ୧୭ ତାରିଖରୁ ରାଜ୍ୟରେ ବର୍ଷା ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବର୍ଷା ହେଲେ ମଧ୍ୟ ଜୁନ୍ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗରମ ସ୍ଥିତି ରହିବା ସମ୍ଭାବନା ରହିଛି ।
ଜୁନ୍ ମାସରେ ଦୁଇ ରୁ ତିନିଟି ଲଘୁଚାପ ସୃଷ୍ଟି ହେବା କଥା । କିନ୍ତୁ ବର୍ତ୍ତମାନ ସୁଦ୍ଧା ଗୋଟିଏ ହେଲେ ବି ଲଘୁଚାପ ସୃଷ୍ଟି ହୋଇ ନାହିଁ । ଆସନ୍ତା ୨୫ ତାରିଖ ମଧ୍ୟରେ ବି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନାହିଁ। ସେପଟେ ଆସନ୍ତା ୧୭ ତାରିଖରୁ ରାଜ୍ୟରେ ବଡ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ ।
୧୯ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଳବୈଶାଖୀ ବର୍ଷା ହେଲେ ବି ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଏବଂ ନୂଆପଡାରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଆଲର୍ଟ ଜାରି ହୋଇଛି












Click it and Unblock the Notifications