୩/୪ ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା!

ତାତିରୁ ମିଳିବ ଆଶ୍ବସ୍ତି ! ରାଜ୍ୟରେ ୪ ଦିନ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା । ଆଗାମୀ ୩ଦିନ କୁଆପଥର ବର୍ଷା ହୋଇପାରେ ।୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ୪ଟି ଜିଲ୍ଲା ହେଲା ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର,ସୁନ୍ଦରଗଡ଼। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ ବୋଲି ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାଛଡ଼ା ୧୦ଟି ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

rain in odisha

ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବରଗଡ଼, ସୋନପୁର, ବୌଦ୍ଧ ଓ ଯାଜପୁର। ବର୍ଷା ଓ ବଜ୍ରପାତ ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ୨୪ ତାରିଖ ଯାଏ ଚେତାବନୀ ଜାରି ହୋଇଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+