୧୨ ଘଣ୍ଟାରେ ଅବପାତ ସମ୍ଭାବନା, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
Odisha Weather: ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ହେଲା ସକ୍ରିୟା ଲଘୁଚାପ କ୍ଷେତ୍ର । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ଆଡକୁ ଗତି କରୁଥିବା ନେଇ ସୂଚନା ରହିଛି । ଆଜି ଏହା ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ।
ଆଜି ଓ କାଲି ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟରେ ବିଭିନ୍ନ ସ୍ଥାନରେ ପାଗ କୋହଲା ରହିବା ସହ ଝିପିଝିପି ବର୍ଷା ମଧ୍ୟ ହେଉଛି।

ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତିରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ତି, ଗାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ହାଲୁକ ବାର୍ଷା ହେବାର ସମ୍ଭାବନା ରହିଛି । ଆସସ୍ତା ୪ ଦିନ ରାଜ୍ୟର ତାପମାତ୍ରା କୌଣସି ପରିବର୍ତ୍ତନ ହେବ ନାହିଁ ।












Click it and Unblock the Notifications