Odisha Weather: ଗଭୀର ଅବପାତ ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ
ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ ଆସନ୍ତାକାଲି ପାଇଁ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା । ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି । ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳକୁ ରେଡ୍ ୱାର୍ଣ୍ଣିଂ । ଆଉ ୧୬ ଜିଲ୍ଲା ପାଇଁ ଜାରି ହେଲା ଅରେଞ୍ଜ୍ ୱାର୍ଣ୍ଣିଂ ।

ଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଆଗାମୀ ୪ଘଣ୍ଟାରେ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦କିମି ବେଗରେ ଅଗ୍ରସର ହେଉଛି । ଆଜି ମଧ୍ୟରାତିରେ ଗୋପାଳପୁର ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ପାରାଦୀପ ଓ ଗୋପାଳପୁର ଅତିକ୍ରମ କରିବାରୁ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ଟୁଇନ୍ ସିଟିରେ ତୁହାତୁ ତୁହା ବର୍ଷା ଜାରି ରହିଛି । ଗଭୀର ଅବପାତ ପ୍ରଭାବରେ ଆଜି ଓ ଆସନ୍ତକାଲି ଯାଏଁ ରାଜ୍ୟର ପ୍ରବଳ ବର୍ଷା ସହ ପବନ ଲାଗି ରହିବ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତକ ସୂଚନା ଜାରି କରାଯାଇଛି । ଜଗତସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।
ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁଁ ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ରୁ ୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କ ପାଇଁ କଟକଣା ଜାରି କରାଯାଇଛି।
ପୁରୀ ଜିଲ୍ଲା ସାମୁଦ୍ରିକ ମତ୍ସ୍ୟ ଅଧିକାରୀଙ୍କ ସୂଚନା ଅନୁସାରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ନାମା ପରେ ସାମୁଦ୍ରିକ ମତ୍ସ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି। ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନେ ଯେଭଳି ନଯିବେ ସେନେଇ କଡ଼ା ନଜର ରଖାଯାଇଛି। ତେବେ ଗତକାଲି ରାତିଠାରୁ ପୁରୀରେ ଲଗାଣ ବର୍ଷା ଲାଗି ରହିଛି। ଫଳରେ ସମୁଦ୍ର ଅଶାନ୍ତ ରହିଛି। ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ପୌରପାଳିକା ପକ୍ଷରୁ ମଧ୍ୟ ପ୍ରବଳ ବର୍ଷାର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷ କରି ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସ୍ଥିତି ଉପୁଜିଲେ ଜଳ ନିଷ୍କାସନ ପାଇଁ ଆବଶ୍ୟକ ସମସ୍ତ ପ୍ରସ୍ତୁତି କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସୂଚନା ମିଳିଛି। ସେପଟେ ପ୍ରବଳ ବର୍ଷା ଯୋଗୁଁ ପୁରୀକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ ମାନେ ମଧ୍ୟ ଯାତାୟତରେ କିଛି ମାତ୍ରାରେ ଅସୁବିଧା ଭୋଗୁଛନ୍ତି।
ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅକ୍ଟୋବର ୪ ତାରିଖ ପାଇଁ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ମାଲକାନଗିରି, ଅନୁଗୁଳ, କୋରାପୁଟ, ରାୟଗଡ଼ା, ବୌଦ୍ଧ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପଟେ ଅକ୍ଟୋବର ୬ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications