Odisha Weather: ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ଆଜି ପାଇଁ ୪ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି
ଆସନ୍ତା ୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୫ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।
ଆଜି ପାଇଁ ୪ ଜିଲ୍ଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ୍ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି ପାଇଁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ତାସହ ପ୍ରବଳ ବର୍ଷା ନେଇ ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ପାର୍ କରିିଛି । ରାଜଘାଟରେ ବିପଦ ସଙ୍କେତ ଡେଇଁଛି ନଦୀର ଜଳସ୍ତର । ସେହିପରି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ବଢୁଥିବାବେଳେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ହେବାର ଆଶଙ୍କା ରହିଛି ।












Click it and Unblock the Notifications