ଆଜିଠୁ ତାତିରୁ ମିଳିବ ଆଶ୍ଵସ୍ତି; ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା

ଆଜିଠୁ ତାତିରୁ ମିଳିବ ଆସ୍ବସ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ।

ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ତେବେ ୯ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଅନୁମାନ କରିଛି।

ଏହା ପ୍ରଭାବରେ ମଙ୍ଗଳବାର ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏଥିସହ ୩୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

odisha weather relief from the heat from today rain alert

ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଅନ୍ୟସବୁ ଜିଲାରେ ପାଗ ପ୍ରାୟତଃ ଶୁଖିଲା ରହିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଅନ୍ୟପଟେ ରାଜ୍ୟରେ ସୋମବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା'ଠାରୁ ଅଧିକ ରହିଥିଲା। ଅନୁଗୋଳରେ ଦିନ ତାପମାତ୍ରା ସର୍ବାଧିକ ୪୨.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ବୌଦ୍ଧରେ ୪୧.୮, ଝାରସୁଗୁଡ଼ାରେ ୪୧.୬, ସୋନପୁରରେ ୪୧.୪, ଭବାନୀପାଟଣାରେ ୪୦.୫, ହୀରାକୁଦରେ ୪୦.୩ ଓ ସମ୍ବଲପୁରରେ ୪୦ ଡିଗ୍ରୀ ସେଲସିୟସ୍‌ ରହିଥିଲା। ତେବେ କାଳବୈଶାଖୀ ପ୍ରଭାବରେ ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+