ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ : କାଲିଠୁ ବଦଳିବ ପାଣିପାଗ
ଆସନ୍ତାକାଲି ଆଉ ଏକ ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ତତ୍ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆସନ୍ତାକାଲି ଆଉ ଏକ ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ତତ୍ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାପରେ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ସେପଟେ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ହେବ । ବିଶେଷ କରି ଉତ୍ତର, ଉପକୂଳ ଏବଂ ପଶ୍ଚିମ ଓଡ଼ିଶା ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଲଘୁଚାପର ପ୍ରଭାବ ୧୫ ତାରିଖ ପର୍ଯ୍ୟନ୍ତ ରହିବ । ବର୍ଷା ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ବହିବ ।
ସମୁଦ୍ରରେ ଉଚ୍ଚ ଜୁଆର ପାଇଁ ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଲଘୁଚାପ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାରେ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ନିର୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।












Click it and Unblock the Notifications